Stay Tuned!

Get trusted Odia news and updates delivered to your inbox. Subscribe now to stay connected!

ଦେଶ ବିଦେଶ

ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଅନେକ ମୃତ ଆଶଙ୍କା

 

ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଛନ୍ତି। ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ କିଛି ପର୍ଯ୍ୟଟକଙ୍କ ମୃତ୍ୟୁ ହେବା ସହ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଯଦିଓ ଆହତ ଓ ମୃତ ପର୍ଯ୍ୟଟକଙ୍କ ପ୍ରକୃତ ସଂଖ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ ମୃତ୍ୟୁ ସଂଖ୍ୟା ୨୦ ଅତିକ୍ରମ କରିଥିବା ଘରୋଇ ସମ୍ବାଦ ସରବରାହ ସଂସ୍ଥାଗୁଡ଼ିକ ପକ୍ଷରୁ କୁହାଯାଉଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରି ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ମୃତକଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ ଏବଂ ପରିସ୍ଥିତି ସ୍ପଷ୍ଟ ହେବା ପରେ ଏହାକୁ ଆନୁଷ୍ଠାନିକ ଭାବେ ଜଣାଇ ଦିଆଯିବ। ଆହତମାନଙ୍କୁ ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସୀ ଅଭିଯାନ ଆରମ୍ଭ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ କହିଛନ୍ତି ଯେ ଏହି ଜଘନ୍ୟ କାଣ୍ଡ ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ କଠୋର ଦଣ୍ଡ ଦିଆଯିବ ଏବଂ ସେମାନଙ୍କୁ ଛଡ଼ାଯିବ ନାହିଁ। ସୋସିଆଲ ମିଡିଆରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କର ମନ୍ଦ ଉଦ୍ଦେଶ୍ୟ କେବେ ବି ସଫଳ ହେବ ନାହିଁ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସେ ସମବେଦନା ଜଣାଇବା ସହ ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। କ୍ଷତିଗ୍ରସ୍ତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

ଏହା ପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବା ସହ ସମସ୍ତ ଏଜେନ୍ସି ସହ ଜରୁରୀ ସୁରକ୍ଷା ସମୀକ୍ଷା ବୈଠକ କରିବା ପାଇଁ ଶ୍ରୀନଗର ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଘଟଣାକୁ ନେଇ ଶ୍ରୀ ଶାହା ଭିଡିଓ କନଫରେନ୍ସିଂ ଜରିଆରେ ସମ୍ପୃକ୍ତ ଅଧିକାରୀଙ୍କ ସହ ବୈଠକ କରିଥିଲେ। ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କ୍ଷୋଭ ପ୍ରକାଶ କରି ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି ଯେ ଏହି ଘୃଣ୍ୟ ଆତଙ୍କୀ କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଏହି ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି।

admin

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ

ଭୂକମ୍ପରେ ଥରିଲା ଆମେରିକା, ଜାଣନ୍ତୁ କେତେ ଥିଲା ତୀବ୍ରତା ?

There are many variations of passages of Lorem Ipsum available but the majority have suffered alteration in that some injected