ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ : ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ ଦେଲେ ଜାମିନ
ଭୁବନେଶ୍ବର, ୯/୭(ସମ୍ବାଦ ଓଡ଼ିଶା ): ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଆଜି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ଏ ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ ପ୍ରଧାନଙ୍କ ଓକିଲ ।ଗତ ଗୁରୁବାର ଦିନ ରାତିରେ ଜଗା ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କୁ ଗିରଫ କରିଥିଲା ପୁଲିସ। ଭୁବନେଶ୍ବର SDJM କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । FIR, ପୀଡ଼ିତଙ୍କ ବୟାନ ଓ ପ୍ରାଥମିକ ପ୍ରମାଣ ଆଧାରରେ ତାଙ୍କୁ ଗିରଫ କରିଥିଲା ପୁଲିସ । ଜଗାଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ଦଫା ୧୨୧ (୧), ୧୨୧ (୨), ୧୩୨, ୧୮୯(୨), ୧୯୦, ୩(୫), ୩୦୪/ ୩୩୩, ୩୫୧(୨), ୫୪/୬୧(୨) ଏବଂ ଦଫା ୬୨ ଲାଗିଥିଲା।