ପୁରୀ: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
ଏହା ପୂର୍ବରୁ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ମହାପ୍ରଭୁଙ୍କ ନିକଟରେ ଲାଗି ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ।
ଏହି ଅବସରରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ।
ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ ପୂର୍ବରୁ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀଜୀଉଙ୍କ ଦର୍ଶନ କରିଥିଲେ ।